ଆସନ୍ତା ୪ରେ ଦୁଇ ଦିନିଆ କୋଲକାତା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୪ ତାରିଖରେ ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କର ୨ ଦିନିଆ କୋଲକାତା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ସମୟରେ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ଯୋଗ ଦେବେ ନବୀନ । ୫ ତାରିଖରେ କୋଲକାତା ରାଜ୍ୟ ସଚିବାଳୟରେ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ଗୃହମନ୍ତ୍ରୀ ଏଥିରେ ଅଧ୍ୟକ୍ଷତା କରିବେ ।

ଏହି ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ନବୀନଙ୍କ ସମେତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ଏଥିରେ ସାମିଲ ହୋଇପାରନ୍ତି ।