ଆସନ୍ତା ୩ ମାସ ମଧ୍ୟରେ ପୂରଣ ହେବ ଡ୍ରାଇଭରଙ୍କ ଦାବି

ଭୁବନେଶ୍ୱର: ଆସନ୍ତା ୩ ମାସ ମଧ୍ୟରେ ପୂରଣ ହେବ ଡ୍ରାଇଭର ଏକତା ମହାସଂଘର ଦାବି । ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା ପରେ ନିଆଯାଇଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଯେଉଁଥିରେ ଡ୍ରାଇଭର ମହାସଂଘର ବରିଷ୍ଠ କର୍ମକର୍ତ୍ତା ଓ ସଦସ୍ୟଙ୍କ ଉପସ୍ଥିତିରେ ଆଲୋଚନା ହୋଇଥିଲା । ଆଲୋଚନା ପରେ ଆସନ୍ତା ୩ ମାସ ଭିତରେ ଡ୍ରାଇଭରଙ୍କ ସମସ୍ୟାର ସମାଧାନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଏନେଇ ଡ୍ରାଇଭର ମହାସଂଘର ଆବାହକଙ୍କୁ ଚିଠି ଲେଖି ଜଣାଇଛନ୍ତି ସରକାର ।