ଆଜି ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ, ୧୩୧ ଜିଲ୍ଲା ପରିଷଦ ଜୋନରେ ଭୋଟିଂ

ଭୁବନେଶ୍ୱର: ଆଜି ରାଜ୍ୟରେ ଆରମ୍ଭ ହୋଇଛି ପଞ୍ଚମ ତଥା ଶେଷ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ । ୨୫ ଜିଲ୍ଲାର ୪୮ ବ୍ଲକରେ ଆରମ୍ଭ ହୋଇଛି ଭୋଟିଂ । ୧୩୧ ଜିଲ୍ଲା ପରିଷଦ ଆସନରେ ନେତା ବାଛୁଛନ୍ତି ଜନତା । ୯୭୫ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ମତ ସାବ୍ୟସ୍ତ କରୁଛନ୍ତି ଭୋଟର । ଭୋଟ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ଭୋଟ କାର୍ଡ ନଥିଲେ ନିର୍ବାଚନ କମିଶନଙ୍କ ଦ୍ୱାରା ଅନୁମୋଦିତ ଅନ୍ୟ ୧୩ଟି କାର୍ଡ ଦେଖାଇ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ ଭୋଟର । ସେହିପରି ମହିଳା ମାନଙ୍କ ପାଇଁ ବୁଥରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ତେବେ ଯେଉଁ ବୁଥ୍ ସମ୍ବେଦନଶୀଳ ରହିଛି ସେଠାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ୧ ହଜାର ୭୭୫ ସମ୍ବେଦନଶୀଳ ବୁଥ ରହିଛି । ସମ୍ବେଦନଶୀଳ ବୁଥରେ ସୁରକ୍ଷା ବ୍ୟବସ୍ଥା ଅଧିକ କଡ଼ାକଡ଼ି କରାଯାଇଛି । ଏହି ପର୍ଯ୍ୟାୟରେ ୩୦ ହଜାରରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ଚାରୋଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଆଜି ରାଜ୍ୟରେ ଶେଷ ତଥା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି । ଆଜି ପଞ୍ଚମ ପର୍ଯ୍ୟାୟ ଭୋଟ ଶେଷ ହେବା ପରେ ଫେବ୍ରୁଆରୀ ୨୬ରୁ ୨୮ ପର୍ଯ୍ୟନ୍ତ ଭୋଟ ଗଣତି ହେବ ।

Leave a Reply