ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୃହକାର୍ଯ୍ୟ । ଚଳିତ ମୌସୁମୀ ଅଧିବେଶନରେ ଆଗତ ହେବ ପୂର୍ଣ୍ଣାଙ୍ଗ ବଜେଟ୍ । ତେବେ ଚଳିତ ମୌସୁମୀ ଅଧିବେଶନରେ ମୁଖ୍ୟମନ୍ତ୍ରୀଙ୍କ ସମେତ କିଛି ବିଧାୟକ ଭିସିରେ ସାମିଲ ହୋଇଛନ୍ତି । ଗୃହ ଆରମ୍ଭରୁ ଦିବଂଗତ ବିଧାୟକ ସୁରେନ୍ଦ୍ର ନାଥ କହଁରଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିରୋଧୀ ଦଳ ଉପନେତା ଏବଂ କଂଗ୍ରେସ ବିଧାୟକ ଦଳ ନେତା, କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଲକ୍ଷ୍ମଣ ମୁଣ୍ଡା ଶୋକ ପ୍ରସ୍ତାବକୁ ସମର୍ଥନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।