ଆସନ୍ତାକାଲି ହେବ ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ହେବ ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ । ଲୋକସେବା ଭବନର କନଭେନସନ ସେଣ୍ଟରରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି ହୋଇଛି । ନୂଆମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶପଥ ପାଠ କରାଇବେ । ସମାରୋହରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସପ୍ତାହ ତଳେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ ୨ ମନ୍ତ୍ରୀ । ଇସ୍ତଫା ଦେଇଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ । ଏହାସହ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ଦେଇଥିଲେ ଇସ୍ତଫା ।