ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି, ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶାରେ ମହାମହିମ । ତିନି ଦିନିଆ ଓଡ଼ିଶା ଗସ୍ତରେ ଓଡ଼ିଶା ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି । ସେଠାରୁ ରାଜଭାବନ ଯାଉଛନ୍ତି ମହାମହିମ । ରାଜଭବନରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ ପ୍ରତିନିଧିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । ପରେ ରାଜଭବନରେ ରାତ୍ରୀ ଯାପାନ କରିବେ ମହାମହିମ । କାଲି କଟକରେ ୭ଟି କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । କଟକ ଚଣ୍ଡୀ ମନ୍ଦିର, ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ବାସ ଭବନ, ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ, ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ଉଚ୍ଚ ନ୍ୟାୟାଳୟର ୭୫ ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ୍ ବିଶ୍ବବିଦ୍ୟାଳୟ କଟକର ସମାବର୍ତ୍ତନ ଉତ୍ସବ, ଏସସିବିର ବାର୍ଷିକୋତ୍ସବରେ ଯୋଗଦାନ କରିବେ ।

ସେହିପରି ୨୭ ତାରିଖରେ ଭୁବନେଶ୍ବର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ପରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି ।