ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ । ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । ଆସନ୍ତାକାଲି ବିଜେଡିର ପଞ୍ଚମ ପାଳି ସରକାରକୁ ୪ ବର୍ଷ ପୂରୁଛି । ୨୦୧୯ ମେ’ ୨୯ ତାରିଖରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ । ସରକାର ଗଠନର ପ୍ରଥମ ଦିନରେ ବସିଥିଲା କ୍ୟାବିନେଟ୍ ବୈଠକ । ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା ।