spot_img

Latest Posts

ରାଜ୍ୟରେ ୮୭ ବର୍ଷର ରେକର୍ଡ ଭାଙ୍ଗିଲା ଲଘୁଚାପ ବର୍ଷା

ଭୁବନେଶ୍ୱର: ୮୭ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା। ଏହି ବର୍ଷା ହେଉଛି ଚଳିତ ମୌସୁମୀ ସିଜିନ୍‌ର ସବୁଠୁ ବଡ଼ ଲଘୁଚାପ। ଗତ ୫ ବର୍ଷ ମଧ୍ୟରେ ଏମିତି ବର୍ଷା ହୋଇନଥିଲା। ଖୋର୍ଦ୍ଧା, ଜଗତସିଂହପୁର, ପୁରୀରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ପୁରୀ ଜିଲ୍ଲା କାକଟପୁରରେ ରେକର୍ଡ ୫୨୫ ମିମି ବର୍ଷା ହୋଇଛି। ୧୯୩୪ ସେପ୍ଟେମ୍ବର ୨୦ରେ ୨୩୪ମିମି ବର୍ଷା ହୋଇଥିଲା। ୮୭ ବର୍ଷ ପରେ ପୁଣି ସେପ୍ଟେମ୍ବର ମାସରେ ରେକର୍ଡ ଭାଙ୍ଗି ଅଧିକ ବର୍ଷା ହୋଇଛି ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ଉମାଶଙ୍କ ଦାସ।

ତେବେ ଲଘୁଚାପ କାରଣରୁ ୫୭ ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଯଦି ଦେଖିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ। ମୌସୁମୀ ଅତ୍ୟନ୍ତ ସକ୍ରିୟ ରହିଛି। ସେପଟେ ଟ୍ୱିନସିଟିରେ ୬ ଘଣ୍ଟା ପାଇଁ ରେଡ଼ ଆଲର୍ଟ ଜାରି ହୋଇଛି। ଅକସ୍ମାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି।

Latest Posts

Don't Miss