ଆସନ୍ତାକାଲି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ

କଟକ : ବିକାଶରେ ଯୋଡ଼ି ହେବ ନୂଆ ଅଧ୍ୟାୟ । ଆସନ୍ତାକାଲି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ । ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ବସ ଟର୍ମିନାଲ ସହ ସହରରେ ନିର୍ମିତ ହୋଇଥିବା ଓ ହେବାକୁ ଯାଉଥିବା 12 ଟି ପ୍ରକଳ୍ପର ଉଦଘାଟନ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ୧୫ ଏକର ପରିମିତ ଜମି ଉପରେ ତିଆରି କରାଯାଇଥିବା ଏହି ବସ ଟର୍ମିନାଲରେ ଖର୍ଚ୍ଚ ହୋଇଛି 9୦.୨ କୋଟି ଟଙ୍କା । ଏଠାରେ ୧୯୨ ଟି ବସର ରହଣି ଓ ଯାତାୟାତ ସାଙ୍ଗକୁ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି । ଏହି ମେଗା ପ୍ରକଳ୍ପର ଉଦଘାଟନ ପାଇଁ ସିଡିଏ, ଜିଲ୍ଲା ପ୍ରଶାସନ, ସିଏମସି ପକ୍ଷରୁ ଆଜି ଚୂଡାନ୍ତ ପ୍ରସ୍ତୁତି ସମୀକ୍ଷା କରାଯାଇଛି । ଟର୍ମିନାଲ ପରିସରରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଯୋଗଦେବା ସହିତ ଭରଚୁଆଲରେ ଅନ୍ୟ ୧୨ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବେ । ଟର୍ମିନାଲରେ ବୁଲି ପୁରା ପ୍ରୋଜେକ୍ଟ ଦେଖିବା ସହିତ ପତାକା ଦେଖାଇ ବସ ଯାତ୍ରା ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।