୩ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା
1 min readଭୁବନେଶ୍ବର: ୩ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ୩ ଦିନିିଆ ଓଡ଼ିଶା ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଫେରିଯିବା ପରେ, ଓଡ଼ିଶା ପାଇଛି କଣ ତାହାକୁ ନେଇ ଗୃହରେ ସରଗରମ ଆଲୋଚନା ହୋଇପାରେ। ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି।
ଶୂନ୍ୟକାଳରେ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ପୂର୍ବତଟ ରେଳପଥକୁ ସଙ୍କୁଚିତ କରିବା, ଆମ୍ବ ଟାକୁଆ, କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗକୁ ନେଇ ଗୃହରେ ଘମାଘୋଟ ଆଲୋଚନା ହୋଇପାରେ। ବିରୋଧୀଙ୍କ ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ। ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପରେ ଆଲୋଚନା ହେବ। ପୂର୍ବରୁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ଗୃହରେ ଅତିରିକ୍ତ ବଜେଟ ଆଗତ କରିଥଲ।