ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ନାହିଁ କୋଇଲା ସଙ୍କଟ: ମୁଖ୍ୟ ଶାସନ ସଚିବ
1 min read
ଭୁବନେଶ୍ୱର: ବିଭିନ୍ନ ରାଜ୍ୟରେ କୋଇଲା ସଙ୍କଟ ସୃଷ୍ଟି ହୋଇଥିବା ବେଳେ ରାଜ୍ୟରେ ସେଭଳି ସ୍ଥିତି ନାହିଁ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । କିଛି ଦିନ ତଳେ ଓଡ଼ିଶାରେ ବିଦ୍ୟୁତ୍ ଉତ୍ପାଦନ ନେଇ ସମୀକ୍ଷା ହୋଇଥିଲା । ଅନ୍ୟ ରାଜ୍ୟରେ ଯେପରି ୧୦ରୁ ୧୨ ଘଣ୍ଟା ବିଜୁଳି କାଟ ହେଉଛି ବା କୋଇଲା ପହଞ୍ଚି ପାରୁନି, ସେ ଭଳି ସ୍ଥିତି ଓଡ଼ିଶାରେ ନାହିଁ । କାରଣ ରାଜ୍ୟରେ ସମସ୍ତ କୋଇଲା ଖଣି ଅଛି । ଓଡ଼ିଶାର ସବୁ ପାଓ୍ୱାର ପ୍ଲାଣ୍ଟଗୁଡ଼ିକୁ ପର୍ଯ୍ୟାପ୍ତ କୋଇଲା ଯୋଗାଇବାକୁ MCL MDଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି ।