ବାଇକକୁ ପିଟିଲା ଟ୍ରକ: ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର

ଢେଙ୍କାଳନ ଜିଲ୍ଲା କାମାକ୍ଷାନଗର ଥାନା ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକକୁ ପଛରୁ ପିଟିଲା ଟ୍ରକ । ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି l ମୃତକ ମଧ୍ୟରେ ଦୁଇ ଶିଶୁ ରହିଛନ୍ତି । ଜଣେ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ମହିଳା ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି l ଘଟଣାସ୍ଥଳରୁ ଦୁର୍ଘଟଣା ଘଟାଇଥିବା ଟ୍ରକ ଫେରାର ହୋଇଯାଇଛି l ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି ।