ରାଜ୍ୟର ଏହିସବୁ ଜିଳ୍ଲାରେ ଝଡ଼ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖି ତାଣ୍ଡବ । ଏହି ପରିପ୍ରେକ୍ଷୀରେ ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ଝଡବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ସାମାନ୍ୟ ବର୍ଷା ସାଙ୍ଗକୁ ବଜ୍ରପାତ ଆଶଙ୍କା ରହିଛି । ଏହି ସମୟରେ ୩୦ରୁ ୪୦ କିମି. ବେଗରେ ପବନ ବୋହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ତେବେ ପାଣିପାଗକୁ ଦୃଷ୍ଟିରେ ରଖି ତଦନୁଯାୟୀ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ଜନସାଧାରଣଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave a Reply