୮ ଜିଲ୍ଲାକୁ ତିନି ଘଣ୍ଟା ପାଇଁ କାଳବୈଶାଖୀ ସତର୍କତା

Thunderstorm Rain Impact Heat Wave Odisha

ଭୁବନେଶ୍ୱର: କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ୮ ଗୋଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ମଧ୍ୟମଧରଣର କାଳବୈଶାଖୀ ବର୍ଷା ସହ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି । ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି । ଆଗାମୀ ୩ ଘଣ୍ଟା ପାଇଁ କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ ।

ସେହିପରି ହାଲକା କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ କନ୍ଧମାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ତିନିଘଣ୍ଟା ଯାଏ ସତର୍କ ରହିବାକୁ କୁହାଯାଇଛି । ପାଗକୁ ଦେଖି ବଜ୍ରପାତରୁ ବର୍ତ୍ତିବା ଲାଗି ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

 

Leave a Reply