ଡରାଉଛି କାଳବୈଶାଖୀ ବର୍ଷା, ୨ ଦିନ ଯାଏ ବଢ଼ିବ ଦିନ ତାପମାତ୍ରା

1 min read
Thunderstorm And Lightning Alert Yellow Warning To 11 District Of Odisha

ଭୁବନେଶ୍ୱର: ଖରା ପରେ ପୁଣି କାଳବୈଶାଖୀ ବର୍ଷା । ଏନେଇ ବିଭିନ୍ନ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ୱେଲୋ ୱାର୍ଣ୍ଣିଂ । ୨୧ ତାରିଖ ଯାଏ ରାଜ୍ୟ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ପରେ ଏସଆରସି ସେସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି ।

୧୯ ତାରିଖରୁ ୨୦ ତାରିଖ ସକାଳ ୮ଟା ୩୦ ଯାଏ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କାଳବୈଶାଖୀ ସହ ବଜ୍ରପାତ ହେବ । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ୨୦ରୁ ୨୧ ତାରିଖ ସକାଳ ୮ଟା ୩୦ ଯାଏ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଅନ୍ୟପଟେ ରାଜ୍ୟରେ ଦିନବେଳାର ତାପମାତ୍ରା ଆଗାମୀ ୨ରୁ ୩ ଦିନ ଯାଏ ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଗତକାଲି ରାଜ୍ୟର ୫ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଥିଲା । ଟିଟିଲାଗଡ଼ରେ ପାରଦ ସର୍ବାଧିକ ୪୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା । ଅନ୍ୟପଟେ ଗତକାଲି ସନ୍ଧ୍ୟାରେ କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଥିଲା ।

Leave a Reply