ବର୍ଷା ପାଇଁ ବଢ଼ିବ ତାପମାତ୍ରା, କମିବ ଶୀତ

1 min read
Thunderstorm And Rain Yellow Warning Issued

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଗୁରୁଚାପ ବଳୟ ରହିଛି । ଏହା ପ୍ରଭାବରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ । ଅନ୍ୟପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୧୧ ତାରିଖରେ ଘଡ଼ଘଡ଼ି ସହ ବର୍ଷା ନେଇ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାକୁ ସତର୍କ ସୂଚନା ରହିଛି । ସେହିଭଳି ୧୨ ତାରିଖରେ ଘଡ଼ଘଡ଼ି ବର୍ଷା ଓ କୁଆପଥର ବୃଷ୍ଟି ନେଇ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, କଟକ, ନୟାଗଡ଼, ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୧୩ ତାରିଖରେ ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏ ଆସନ୍ତା ୨ ଦିନ ମଧ୍ୟରେ ବୃଦ୍ଧି ପାଇବ । ଫଳରେ ତାପମାତ୍ରା ବୃଦ୍ଧି ପାଇ କମ୍ ଶୀତ ରାଜ୍ୟରେ ଅନୁଭୂତ ହେବ ।

Leave a Reply