କାଳବୈଶାଖୀ ନେଇ ଆସନ୍ତାକାଲି ସକାଳ ଯାଏ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
1 min readଭୁବନେଶ୍ୱର: ତାତିରୁ ଆଶ୍ୱସ୍ତି ମିଳିଥିବା ବେଳେ ରାଜ୍ୟରେ କାଳବୈଶାଖୀ ଲାଗି ରହିଛି । ୫ ତାରିଖ ସକାଳ ୮ଟା ୩୦ ଯାଏ ୧୯ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କାଳବୈଶାଖୀ ହେବ । ଏଥିସହ ଗଜପତି, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।
ସେହିଭଳି ୬ ତାରିଖ ସକାଳ ୮ଟା ୩୦ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।
#Warning for Day-1 To Day-5 pic.twitter.com/6kLVvnJMRq
— Meteorological Centre, Bhubaneswar (@mcbbsr) May 4, 2021
୭ ତାରିଖ ସକାଳ ୮ଟା ୩୦ ଯାଏ କାଳବୈଶାଖୀ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।
୮ ତାରିଖ ସକାଳ ୮ଟା ୩୦ ଯାଏ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ସମ୍ଭାବନା ରହିଛି । ସେହିଭଳି ୯ ତାରିଖ ସକାଳ ୮ଟା ୩୦ ଯାଏ କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।