୨୪ ଘଣ୍ଟାରେ କାଳବୈଶାଖୀ, ୧୯ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ
ଭୁବନେଶ୍ୱର: ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ହେବା ନେଇ ପଣିପାଗ ବିଭାଗର ସତର୍କ ସୂଚନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବା ନେଇ ଆଶଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ସମୟରେ ଲୋକେ ସତର୍କ ରହିବା ଜରୁରୀ ରହିଛି, ଏହି ସମୟରେ ଘରୁ ନବାହାରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି ପାଣିପାଗ କେନ୍ଦ୍ର ।
ବର୍ଷା ସହ ପବନ ଏବଂ ବଜ୍ରପାତ ହେବା ନେଇ ଆଶଙ୍କା କରିଛି ପାଣିପାଗ ବିଭାଗ । ଏଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।
ସତର୍କତା ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବା ନେଇ ସୂଚନା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ଆଶଙ୍କା କରାଯାଇଛି ।