୪ ଦିନ ଯାଏଁ ରାଜ୍ୟରେ ବଢ଼ିବନି ତାତି: ଅଧିକାଂଶ ସ୍ଥାନରେ ହେବ ଘଡ଼ଘଡ଼ି ବର୍ଷା

ଭୁବନେଶ୍ୱର: ତାତିରେ ବ୍ରେକ ଲଗାଇବ କାଳବୈଶାଖୀ ବର୍ଷା । କାଳବୈଶାଖୀ ପ୍ରଭାବରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବନି ତାତି । ରାଜ୍ୟର ଅଧିକାଂଶ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ପବନ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ, କଟକ, ବଲାଙ୍ଗିର, ସୋନପୁର, ଢେଙ୍କାନାଳ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାସହ ବିହାର ଏବଂ ଝାଡଖଣ୍ଡ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀକୁ ନଜରରେ ରଖି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସତର୍କ ରହିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏସ୍‌ଆରସି । ସଂପୃକ୍ତ ଜିଲ୍ଲାଗୁଡିକରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶନାମାରେ କୁହାଯାଇଛି ।

ଏଥିସହିତ ପଢ଼ନ୍ତୁ: ହାଇଦର ଫେରାର୍ ପଛରେ ପରିବାର ! କଟକ ସହ ସଂଲଗ୍ନ ଜିଲ୍ଲାରେ ପୋଲିସର ରେଡ୍

 

Leave a Reply