ଆଜି ପଦମପୁର ଯିବେ ମୁଖ୍ୟମନ୍ତ୍ରୀ, କହିବେ ଥ୍ୟାଙ୍କ ୟୁ
ଭୁବନେଶ୍ବର: ଆଜି ପଦମପୁର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ଜିତାଇ ଥିବାରୁ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ । ଝାରବନ୍ଧ, ପାଇକମାଳ ଓ ପଦମପୁରରେ କରିବେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ । ଏଥିସହ ମିଶନ ଶକ୍ତି ଏସଏଚଜି ଗ୍ରୁପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ ।
ଦିନ ୧୧ଟାରେ ବରଗଡ଼ରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ସାଢେ ୧୧ଟାରେ ଝାରବନ୍ଧ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ । ସାଢେ ୧୨ ଟାରେ ପାଇକମାଳ ଓ ଅପରାହ୍ନ ୩ ଟା ୫୫ରେ ପଦମପୁର କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ । ସେଠାରେ ସମାବେଶରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ । ଝାରବନ୍ଧ ବ୍ଲକର ଶକ୍ତି ଛକ ପଡିଆ, ପାଇକମାଳ ହାଇସ୍କୁଲ ପଡିଆ ଓ ପଦମପୁର ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ପଦମପୁର ବାସୀଙ୍କୁ ଧନ୍ୟବାଦ ଦେବେ । ପଦମପୁର ବାସୀ ପୁଣି ଥରେ ନବୀନଙ୍କ ବିକାଶରଧାରା ସାମିଲ ହୋଇ ବର୍ଷା ସିଂ ବରିହାଙ୍କୁ ବିଜୟୀ କରିଥିବାରୁ ଧନ୍ୟବାଦ ଜଣାଇବେ ମୁଖ୍ୟମନ୍ତ୍ରୀ । ଉପନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ପଦମପୁର ଅଞ୍ଚଳ ଗସ୍ତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଆଜି ଦେଇଥିବା କଥା ରଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ ।
ଶାନ୍ତି ଶୃଙ୍ଖଳାର ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକ୍ରମ ଶେଷ କରିବାକୁ ପ୍ରଶାସନ ପ୍ରସ୍ତୁତି କରିଛି । ସୁରକ୍ଷା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ, ୫ ଜଣ ଆଡିସନାଲ ଏସପି, ୧୬ ଜଣ ଡିଏସପି ମୁତୟନ ହୋଇଛନ୍ତି ।