spot_img

Latest Posts

ଆଜି ହେରା ପଞ୍ଚମୀ, ରଥ କାଠ ଭାଙ୍ଗିବେ ଅଭିମାନୀନି ମହାଲକ୍ଷ୍ମୀ

ପୁରୀ: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ସାରା ବିଶ୍ୱ ଆଜି ଦେଖିବ ସ୍ୱାମୀ ସ୍ତ୍ରୀ ମଧ୍ୟରେ କଳହ। ଶ୍ରୀଜଗନ୍ନାଥ ସଂସ୍କୃତି ପରମ୍ପରାରେ ଏହାକୁ ସ୍ଥାନ ଦେଇଛନ୍ତି ମହାପ୍ରଭୁ। ବିଧି ପରମ୍ପରା ପୂର୍ବକ ଆଡପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ଯଥା ବିଧି ଆଧାରରେ ସମ୍ପର୍ଣ୍ଣ ହୋଇଥିଲା । ଗଇଁଠାଳ ଫିଟି ନଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ବଡଭାଇ ଓ ଭଉଣୀଙ୍କ ସାଙ୍ଗରେ ନେଇ  ଜନ୍ମବେଦୀକୁ ଯାତ୍ରା କରିଛନ୍ତି ମହାପ୍ରଭୁ । ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ । ମହାଲକ୍ଷ୍ମୀ ବ୍ଯସ୍ତ ବିବ୍ରତ ହୋଇପଡିଛନ୍ତି । ହେରାପଞ୍ଚମୀ ଦିନ ଅର୍ଥାତ ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାଲକ୍ଷ୍ମୀ । ସେପଟେ ମହାଲକ୍ଷ୍ମୀଙ୍କ ଆଗମନ ଖବର ପହଞ୍ଚିବା ପରେ ମହାପ୍ରଭୁ  ଦତ୍ତମହାପାତ୍ର ସେବକଙ୍କ ଦ୍ୱାରା ବନକଲାଗି ହୋଇଛନ୍ତି । ଆଜି ସଂଧ୍ୟା ଆଳତୀ ପରେ ବିମାନରେ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତ୍ତିମହାପାତ୍ର ସେବାୟତ କର୍ପୂର ବନ୍ଦାପନା,ବଳିତା ବନ୍ଦାପନା,ଚାଉଳ ବନ୍ଦାପନା ଇତ୍ୟାଦି କରିବେ। ସେପଟେ ଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ଯିବାବେଳେ ମହାପ୍ରଭୁଙ୍କ ଠାରୁ ମୁଖଚୁମ୍ବିତ ଅଧରମାଳା ମହାଲକ୍ଷ୍ମୀଙ୍କୁ ପ୍ରଦାନ କରାଯିବ। ସେହି ସମୟରେ ସଂଧ୍ୟାଧୂପ ଚାଲିଥିବା ବେଳେ ଟେରା ପଡିଥିବ। ମହାପ୍ରଭୁଙ୍କ ଭେଟ ନପାଇ ରାଗରେ ଅଭିମାନ କରିବେ ମା ମହାଲକ୍ଷ୍ମୀ। ସେପଟେ ରାଗ ଜର୍ଜରିତ ଅଭିମାନୀନି ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ। ଏହାପରେ ଅଭିମାନୀନି  ମହାଲକ୍ଷ୍ମୀ   ନନ୍ଦିଘୋଷ ରଥର ଚକ ଭାଙ୍ଗି ବଡଦାଣ୍ଡ ଦେଇ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରସ୍ଥାନ କରିବେ। ଏହାପରେ ତିନିରଥକୁ ଦକ୍ଷିଣମୋଡ କରି ମହାପ୍ରଭୁ ବାହୁଡାଯାତ୍ରା ପାଇଁ ନିର୍ଦ୍ଦେଶ ଦେବେ।…..

Latest Posts

Don't Miss