ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ । ଦିନ ସାଢେ ୧୧ଟାରେ ଲୋକସେବା ଭବନରେ ବସିବ ବୈଠକ । ଏହି କ୍ୟାବିନେଟ ବୈଠକରେ ୨୭ଟି ଏଜେଣ୍ଡା ରହିଛି । ଶକ୍ତି, ଉଚ୍ଚଶିକ୍ଷା, ସଂସଦୀୟ ବ୍ୟାପାର, ଷ୍ଟିଲ ଆଣ୍ଡ ମାଇନ୍ସ, ଜିଏ, କୃଷି ବିଭାଗର ଗୁରୁତ୍ବପୂର୍ଣ୍ଣ ଏଜେଣ୍ଡା ଉପରେ କ୍ୟାବିନେଟରେ ମୋହର ବାଜିବ । ପଞ୍ଚାୟତ ଓ ପୌର ନିର୍ବାଚନରେ ଶାସକ ବିଜୁ ଜନତା ଦଳର ସଫଳତା ପରେ ଏହା ପ୍ରଥମ କ୍ୟାବିନେଟ୍ ବୈଠକ ହେଉଛି । ତେଣୁ ଏହି ବୈଠକରେ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ କରିପାରେ ବୋଲି ସମ୍ଭାବନା ରହିଛି । ସେପଟେ ଆଜି କ୍ୟାବିନେଟ ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ । ଏହି ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆସିବାକୁ ଥିବା ବଜେଟରେ ମୋହର ମରାଯିବ ।