ଆଜି ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ ରାଷ୍ଟ୍ରପତି

ବାରିପଦା : ଜନ୍ମମାଟିରେ ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ । ସକାଳ ୮ ଟା ୪୦ ମିନିଟ ସମୟରେ ଦାଣ୍ଡବୋଶରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ସେଠାରୁ ଶିମିଳିପାଳ ଅଭୟାରଣ୍ୟ ଗସ୍ତ କରିବେ ମହାମହିମ ।

ଶିମିଳିପାଳ ଅଭୟାରଣ୍ୟ ପଦିର୍ଶନ କରିବେ ରାଷ୍ଟ୍ରପତି । ଏଥିପାଇଁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି । ସନ୍ଧ୍ୟାରେ ଅଭୟାରଣ୍ୟ ବୁଲିସାରି ବାରିପଦା ଗେଷ୍ଟ ହାଉସରେ ବିଶ୍ରାମ ନେବେ ମହାମହିମ । ସେହିପରି ଆସନ୍ତାକାଲି ବାରିପଦାରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ସେଠାରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଦୀକ୍ଷାନ୍ତ ଭାଷଣ ଦେବାର କାର୍ଯ୍ୟକ୍ରମ କରିଛି । ପରେ ସେହିଦିନ ନୂଆଦିଲ୍ଲୀ ଫେରିଯିବେ ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।