ଆଜି ଭାରତ-ଇଂଲଣ୍ଡ ଶେଷ ଟି-ଟ୍ବେଣ୍ଟି ମୁକାବିଲା
1 min readନନ୍ଦିଘୋଷ ବ୍ୟୁରୋ: ଆଜି ଭାରତ-ଇଂଲଣ୍ଡ ମଧ୍ଯରେ ପଞ୍ଚମ ତଥା ଶେଷ ଟି-ଟ୍ବେଣ୍ଟି ମୁକାବିଲା । ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଉଭୟ ଟିମ୍ । ସଂଧ୍ଯା ୭ଟାରେ ଖେଳାଯିବ ମ୍ଯାଚ । ୩ଟି ମ୍ଯାଚ ଜିତି ଭାରତ ସିରିଜ୍ ହାତେଇ ସାରିଥିବାବେଳେ ଏହି ପଞ୍ଚମ ମ୍ଯାଚକୁ ଜିତି ନିଜର ମନୋବଳ ଦୃଢ କରିବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ । ୫ ଟିକିଆ ସିରିଜରେ ୩-୧ରେ ଅଗ୍ରଣୀ ରହିଛି ମ୍ଯାନ ଇନ୍ ବ୍ଲୁ । ସୂର୍ଯ୍ଯକୁମାର ଯାଦବଙ୍କ ନେତୃତ୍ବରେ ଟିମ ଏହି ସିଜନରେ ଭଲ ପ୍ରଦର୍ଶନ କରିଛି । ସେପଟେ ଏହି ମ୍ଯାଚ ଜିତି ଆଗାମୀ ସିରିଜ ପାଇଁ ନିଜର ବ୍ଯାଟିଂକୁ ସୁଦୃଢ କରିବାକୁ ଚେଷ୍ଟା କରିବ ଭ୍ରମଣକାରୀ ଦଳ । ତେଣୁ ୱାଙ୍ଖଡେରେ ଆଜି ମ୍ଯାଚ ରୋମାଞ୍ଚକ ହେବା ଆଶା କରିଛନ୍ତି କ୍ରିକେଟପ୍ରେମୀ । ଏହାପରେ ଫେବୃଆରୀ ୬ ତାରିଖରୁ ଆରମ୍ଭ ହେବ ଏକଦୀବସୀୟ ସିରିଜ । ୩ ଟିକିଆ ସିରିଜର ଦ୍ବିତୀୟ ମ୍ଯାଚ ଫେବୃଆରୀ ୯ ତାରିଖରେ କଟକ ବାରବାଟୀରେ ଖେଳାଯିବ ।