ଆଜି ରାଜରାଜଶ୍ବେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ପବିତ୍ର ଦଶହରା ବା ବିଜୟାଦଶମୀ । ଅବସରରେ ସୁନାବେଶ ବା ରାଜରାଜଶ୍ୱେର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ । ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପର୍ଣ୍ଣ କରାଯିବ । ସକାଳ ଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯିବ ।

ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୂଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖଚକ୍ର ଆୟୁଧ ଲାଗି କରିବେ ।

ସେପଟେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବାର ପରମ୍ପରା ରହିଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶକୁ ଦର୍ଶନ କରିବା ପାଇଁ ପୁରୀରେ  ପ୍ରବଳ ଭକ୍ତଙ୍କ ସମାଗମ ହେବ ।