spot_img

Latest Posts

ଆଜି ହେବ ଅଭିନେତା ମନୋଜ କୁମାରଙ୍କ ଅନ୍ତିମ ସଂସ୍କାର

ନନ୍ଦିଘୋଷ ବ୍ୟୁରୋ: ଆଜି ହେବ ଭାରତ କୁମାରଙ୍କ ଅନ୍ତିମ ସଂସ୍କାର। ମୁମ୍ଵାଇ ଭିଲେ ପାର୍ଲେରେ ଥିବା ରାଜହଂସ ଶ୍ମଶାନରେ ହେବ ଅନ୍ତିମ ସଂସ୍କାର । ଏହି ସୂଚନା ଦେଇଛନ୍ତି ତାଙ୍କର ପୁଅ। ଦିନ ୧୧ଟାରେ ଶେଷକୃତ୍ୟ କରାଯିବ। ୮୭ ବର୍ଷ ବୟସରେ ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ଗତକାଲି ଆଖି ବୁଜିିଥିଲେ ବର୍ଷିଆନ ଅଭିନେତା ମନୋଜ କୁମାର। ସମଗ୍ର ଦେଶରେ ଦେଶାତ୍ମବୋଧକ ଫିଲ୍ମ ପାଇଁ ଭାରତ କୁମାର ନାଁରେ ତାଙ୍କର ଅଧିକ ପରିଚିତି ରହିଥିଲା। ୧୯୫୭ ମସିହାରେ ଫ୍ୟାସନ୍ ଫିଲ୍ମରୁ ଡେବ୍ୟୁ କରିଥିଲେ ମନୋଜ। ପରେ ପରେ ଷାଠିଏ ଓ ୭୦ ଦଶକରେ ଦେଇଥିଲେ ବହୁ ସୁପରହିଟ୍ ଫିଲ୍ମ।ଉପକାର ଫିଲ୍ମ ପାଇଁ ୧୯୬୭ ମସିହାରେ ତାଙ୍କୁ ଜାତୀୟ ଚଳଚିତ୍ର ପୁରସ୍କାର ମିଳିଥିଲା। ୧୯୬୪ରୁ ୧୯୮୦ ଥିଲା ମନୋଜ କୁମାରଙ୍କ ଏରା। ୧୯୮୧ର କ୍ରାନ୍ତି ଥିଲା ଭାରତୀୟ ସିନେମା ଜଗତର ଅନ୍ୟଏକ ମାଇଲଖୁଣ୍ଟ। ସହିଦ, ସୋର, ରୋଟି କପଡା ଔର ମକାନ, ପୂରବ ଔର ପଶ୍ଚିମ, ମେରା ନାମ ଜୋକର, ଦଶ ନମ୍ବରୀ ସହିତ ଶହେରୁ ଅଧିକ ଫିଲ୍ମରେ ତାଙ୍କର ସୁନ୍ଦର ଅଭିନୟ ଦେଖିବାକୁ ମିଳିଥିଲା। ୧୯୯୨ରେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ୧୯୯୯ରେ ଜୀବନ ବ୍ୟାପୀ ସାଧନା ପାଇଁ ଲାଇଫ୍ ଟାଇମ୍ ସମ୍ମାନ ହାସଲ କରିଥିଲେ।୨୦୧୫ରେ ଫିଲ୍ମ ଜଗତର ଶ୍ରେଷ୍ଠ ସମ୍ମାନ, ଦାଦା ସାହେବ ଫାଲକେରେ ସମ୍ମାନିତ ହୋଇଥିଲେ ମନୋଜ କୁମାର। ସେ ମୋଟ୍ ୭ ଥର ଫିଲ୍ମ ଫେୟାର ଆୱାର୍ଡରେ ସମ୍ମାନିତ ହୋଇଛନ୍ତି।

Latest Posts

Don't Miss