ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମାଭିଷେକ ନୀତି

ନନ୍ଦିଘେୋଷ ବ୍ୟୁରୋ: ଆଜି ମହାପ୍ରଭୁ ଜଗନ୍ନାଥଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ । ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା । ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ । ଆଜି ସାହିଯାତ୍ରାର ଅନ୍ତିମ ଦିନରେ ଗୌଡ଼ବାଡ଼ ସାହି ପକ୍ଷରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ ।…