ଆଜି କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬ ଜିଲ୍ଲା ଓ ଷ୍ଟେଟପୁଲରୁ ୮୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବଢ଼ୁଥିବା ଆକ୍ରାନ୍ତଙ୍କ ଦେଖି ଆଗୁଆ ପଦକ୍ଷେପ ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ସାଢ଼େ ୫ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ବିଭାଗର ସଚିବ ଏବଂ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏହା ପୂର୍ବରୁ କରୋନା ସମ୍ପୂର୍ଣ୍ଣ ଭାବରେ ଶେଷ ହୋଇନଥିବାରୁ ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ନିବେଦନ କରିଥିଲେ ମୁଖ୍ୟମନ୍ତ୍ରୀ ।