ଆଜି ବିଜୟା ଦଶମୀ: ମହିଷାମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମାଆ

ଭୁବନେଶ୍ବର: ଅଧର୍ମ ଉପରେ ଧର୍ମର ଜୟ । ଅସତ୍ୟ ଉପରେ ସତ୍ୟର ବିଜୟ । ଦୁର୍ଗତୀନାଶିନୀ ମାଆ ଦୁର୍ଗାଙ୍କ ଆଜି ଦଶହରା ବା ବିଜୟା ଦଶମୀ । ଗାଁଠୁ ସହର, ସବୁଠି ଦଶଭୂଜାଙ୍କ ଆରାଧନା । ପବିତ୍ର ବିଜୟା ଦଶମୀରେ ମଣ୍ଡପରେ ମାଆଙ୍କ ହେଉଛି ମହାପୂଜା ।

ମହିଷାମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାମାୟା । ଉପଚାର ପୂଜା ସହ ଅନୁଷ୍ଠିତ ହେଉଛି ନୀତିକାନ୍ତି । ଅପରାଜିତା ପୂଜା ଶେଷ ପରେ ମଣ୍ଡପରେ ଘଟ ବିସର୍ଜନ ହୋମଯଜ୍ଞ ପାଳିତ ହେବ । ଅପରାଜିତା ପୂଜା, ଅନ୍ନପୂର୍ଣ୍ଣା ଭିକ୍ଷା ଓ ଶେଷରେ ମଣ୍ଡପରେ ଘଟ ବିସର୍ଜନ ବିଧି ପାଳିତ ହେବ । ମାଆଙ୍କ ଦର୍ଶନ କରି ସୌଭାଗ୍ୟ ଲାଭ କରୁଛନ୍ତି ହଜାର ହଜାର ଭକ୍ତ । ବିଜୟା ଦଶମୀରେ ବଙ୍ଗୀୟ ପରମ୍ପରା ଅନୁଯାୟୀ ବିଭିନ୍ନ ପୂଜା ମଣ୍ଡପରେ ସିନ୍ଦୂରଖେଳ ଅନୁଷ୍ଠିତ ହେବ । ମହିଳାମାନେ ମାଆ ଦୁର୍ଗାଙ୍କୁ ସିନ୍ଦୂର ଲଗାଇ ପରସ୍ପର ମଧ୍ୟରେ ସିନ୍ଦୂର ଖେଳିବେ ।