spot_img

Latest Posts

ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ବର୍ଷିବ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଲଘୁଚାପ ।  ଳଘୁଚାପ ପ୍ରଭାବରେ ଗତକାଲି ଠାରୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି । ତେବେ ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସୂଚନା ଅନୁଯାୟୀ ୪ ଟି ଜିଲ୍ଲାରେ ଅତି ପ୍ରବଳ ଓ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଏବଂ ଅନୁଗୁଳ । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, କଟକ, ଗଜପତି, ରାୟଗଡା, ନୟାଗଡ଼, ବୌଦ୍ଧ, ପୁରୀ, ବଲାଙ୍ଗୀର, ଜଗତସିଂପୁର, କେନ୍ଦ୍ରାପଡା, ଢେଙ୍କାନାଳ ଏବଂ ସୋନପୁର ଆଦି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।

ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି   ଆଉ ୪ ଦିନ ଏମିତି ପାଗ ଲାଗି ରହିବ। ଶନିବାରଠାରୁ ବର୍ଷାର ପରିମାଣ ବଢ଼ିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା କାରଣରୁ ସମୁଦ୍ର ଭିତରକୁ ନ ଯିବାକୁ କେନ୍ଦ୍ର ମତ୍ସ୍ୟଜୀବୀମାନଙ୍କୁ ବାରଣ କରିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୫.୮କିମି ଯାଏ ବ୍ୟାପିଛି । ଏହାସହ ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଛତିଶଗଡ଼ ତଥା ଏହାର ସଂଲଗ୍ନ ଅଞ୍ଚଳରେ ରହିଛି । ଏହା ସମୁଦ୍ର ପତ୍ତନଠାରୁ ୭.୬ କିମି ଯାଏ ବ୍ୟାପିଛି। ଲଘୁଚାପ ସହ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।

Latest Posts

Don't Miss