ଧିରେ ଧିରେ ଶୀତ ବଢ଼ିବା ସହ ସକାଳୁ ସକାଳୁ ବଢ଼ୁଛି ଘନ କୁହୁଡ଼ି

1 min read

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ବଢୁଛି ଶୀତ। ସକାଳୁ ସକାଳୁ ରାଜ୍ୟର କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ହାଲୁକା ଶୀତ ବଢିଥିବାରୁ ସକାଳୁ ଲୋକେ ମର୍ଣ୍ଣିଂ ୱାକ୍ କରୁଛନ୍ତି। ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଧିରେ ଧିରେ ପାରଦ ଖସୁଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଆସନ୍ତା ୪ ଦିନ  ଯାଏ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ।

ଦକ୍ଷିଣ-ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ଖସୁଥିବା ବେଳେ, ଅବଶିଷ୍ଟ ଓଡ଼ିଶାରେ ଦିନ ତାପମାତ୍ରା ସ୍ଥିର ରହିଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ରାତ୍ରିର ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଦେଖାଦେଇଛି। ଆଜି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳ ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୧ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରି ମଧ୍ୟରେ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave a Reply