କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା…

1 min read
Odisha Summer Weather March Rain

ଭୁବନେଶ୍ୱର: କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା। ଗୋପାଳପୁରରେ ସର୍ବାଧିକ ୮.୨ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହୋଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ସ୍ଥାନେ ସ୍ଥାନେ ହାଲୁକା ବର୍ଷା ହୋଇଛି।

ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଗଜପତି ଜିଲ୍ଲାରେ ପାଗ କୋହଲା ରହିବା ସହ କିଛି ସ୍ଥାନରେ ଝିପିଝିପି ବର୍ଷା ଦେଖିବାକୁ ମିଳିଛି। ତେବେ ଏହି ଲଘୁଚାପ ଦୁର୍ବଳ ହେବା ପରେ ପୁଣି ୧୩ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ପରେ ଏହା ଘନୀଭୁତ ହୋଇ ଓ୍ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହାର ପ୍ରଭାବରେ ୧୩ ରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କୋହଲା ପାଗ ରହିବା ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ବର୍ଷା ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତ୍ରୀର ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ। ୧୭ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିବ।

Leave a Reply