spot_img

Latest Posts

ଆଜି ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟିହେବ ଲଘୁଚାପ, ପ୍ରଭାବରେ ଚାରିଦିନ ପର୍ଯ୍ୟନ୍ତ ତୁହାକୁ ତୁହା ବର୍ଷା

ଭୁବନେଶ୍ୱର: ଆଜି ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟିହେବ ଲଘୁଚାପ। ଫଳରେ ରାଜ୍ୟରେ ଚାରିଦିନ ପର୍ଯ୍ୟନ୍ତ ଲାଗି ରହିବ ତୁହାକୁ ତୁହା ବର୍ଷା। ଆସନ୍ତା ୨୪ ଘଣ୍ଟା ପାଇଁ ୯ଟି ଜିଲ୍ଲାକୁ ରେର୍ଡ ଆଲର୍ଟ। ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହା ସହ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବର୍ଷା ଫଳରେ ନଦୀଗୁଡ଼ିକରେ ଜଳସ୍ତର ବଢ଼ିବା ଆଶଙ୍କା ରହିଛି। ଫ୍ଲାସ୍ ଫ୍ଲଡ୍ ଆଶଙ୍କା କରି ସଜାଗ ହୋଇଛି ଜଳସମ୍ପଦ ବିଭାଗ। ବିଭାଗୀୟ ସଚିବ ଅନୁ ଗର୍ଗ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକୁ ହାଇ ଆଲର୍ଟ ଜାରି କରିଛନ୍ତି। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ ଓ ଯାଜପୁର ଭଳି ଜିଲ୍ଲାକୁ ଫୋକସ୍ କରାଯାଇଛି। ଦୁର୍ବଳ ଥିବା ୨୦ଟି ନଦୀବନ୍ଧ ପ୍ରତି ଅଧିକ ଗୁରୁତ୍ୱ ଦିଆଯାଉଛି ବୋଲି ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି। ଏହାସହ ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୋସୁମୀ ବାୟୁ। ଆସନ୍ତା ୨୪ ଘଣ୍ଟାରେ ସମଗ୍ର ରାଜ୍ୟରେ ମୌସୁମୀ ବାୟୁ ପହଞ୍ଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Latest Posts

Don't Miss