ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନିଭୂତ ହେବ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଓଡିଶାକୁ ମୁହାଁଇବ। ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ୨୪ ଘଣ୍ଟା ପାଇଁ ୯ ଜିଲ୍ଲା କୁ ରେଡ୍ ଆଲର୍ଟ ଜାରି କରାଯାଇଛି। କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ ଏବଂ ଜଗତସିଂହପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। ୧୩ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ରେଡ୍ ଆଲର୍ଟ। ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ଼, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। ତେବେ ୧୪ ତାରିଖରେ ବର୍ଷାର ପରିମାଣ କମିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

