ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି !

1 min read

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ପୁଣି ଭିଜିବ ଓଡ଼ିଶା । ଛିତିଶଗଡ ଓ କର୍ଣ୍ଣାଟକ ମଧ୍ୟରେ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ । ନୂଆପଡା, ବଲାଙ୍ଗିର, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ଘଡ ଘଡି ସହ ବର୍ଷା ହେବ । ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲା ମାନଙ୍କରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ରେ ପାଗ ଶୁଖିଲା ରହିବ । ୧୮ରୁ ପୁଣି ବଢିବ ବର୍ଷା ।

ଉତ୍ତର-ପଶ୍ଚିମ ଏବଂ ଉପକୂଳ ଜିଲ୍ଲାଗୁଡିକରେ ବର୍ଷା ସମେତ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ । ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ନୂଆପଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଝାରସୁଗୁଡା, ନୟାଗଡ, ଖୋର୍ଦ୍ଧ, ପୁରୀ ଏବଂ କଟକରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପ୍ରିଲ ପହିଲାରୁ ଆରମ୍ଭ ହେବ ଖରାର ପ୍ରକୋପ । ଯାହାକି ଗତ ବର୍ଷର ରେକର୍ଡ ଭାଙ୍ଗିବା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସବୁଠୁ ଅଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୫.୧ ଡିଗ୍ରୀ ରେକର୍ଡ କରାଯାଇଛି ।

Leave a Reply