spot_img

Latest Posts

ଶୀତ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ଜାରି ହେଲା ସତର୍କ ସୂଚନା

ଭୁବନେଶ୍ୱର: ଶୀତ ପରେ ରାଜ୍ୟକୁ ଆସୁଛି ବର୍ଷା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଭଳି ସୂଚନା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଛି।

ହିପରି ଗୁରୁବାର ଦିନ ରାଜ୍ୟର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବରଗଡ, ବଲାଙ୍ଗୀର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Latest Posts

Don't Miss