ଗଛକୁ ପିଟିଲା ଯାତ୍ରୀବାହୀ ବସ୍‌

ବୌଦ୍ଧ: ବୌଦ୍ଧ ଜିଲ୍ଲା ୫୭ନଂ ଜାତୀୟ ରାଜପଥ ଜହ୍ନାପଙ୍କ ଛକ ନିକଟରେ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଯାହାଫଳରେ ୧୦ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଶୁକ୍ରବାର ରାତି ପ୍ରାୟ ତିନିଟା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଚକାଡ଼ୋଳା ନାମକ ଏକ ଘରୋଇ ବସ୍‌ଟି ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ରାସ୍ତାକଡ଼ରେ ଏକ ଗଛରେ ପିଟି ହୋଇଯାଇଥିଲା । ଗଛରେ ପିଟି ହେବା ପରେ ବସ୍‌ଟି ଓଲଟି ପଡ଼ିଥିଲା । ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅନ୍ୟପକ୍ଷରେ ଦୁର୍ଘଟଣା ପରେ ବସ୍ ଡ୍ରାଇଭର୍ ଓ କଣ୍ଡକ୍ଟର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

Leave a Reply