ପୁରୀ ଯାଉଛନ୍ତି କି ? ଜାଣନ୍ତୁ ଜିଲ୍ଲା ପ୍ରଶାସନର ନୂଆ ନିୟମ…
1 min read
ପୁରୀ: ବଢ଼ୁଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ପୁରୀ ଜିଲ୍ଲା ପ୍ରଶାସନ କୋଭିଡ୍ କଟକଣାକୁ ଜିଲ୍ଲାରେ କଡ଼ାକଡ଼ି କରିଛି । ଗତ ୨୪ ଘଣ୍ଟାରେ ଜିଲ୍ଲାରେ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଶହେ ଟପିଛି । ଏହାକୁ ନଜରରେ ରଖି ନୂଆ କଟକଣା ଜାରି କରିଛି ଜିଲ୍ଲା ପ୍ରଶାସନ ।
ଅନ୍ୟ ଅଧିକାରୀ ମାନଙ୍କ ସହ ଜିଲ୍ଲାପାଳ ହସ୍ପିଟାଲ ଓ ରେଳ ଷ୍ଟେସନରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି । ବଢ଼ୁଥିବା କୋଭିଡ୍ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି ।
ଏଥିସହ ପଢ଼ନ୍ତୁ- ଏପ୍ରିଲରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ, ୫୮୮ ପଜିଟିଭ୍ ଚିହ୍ନଟ
ଏଣିକି ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ହୋଟେଲ ରହଣୀ ପାଇଁ କରୋନା RT-PCR ନେଗେଟିଭି ରିପୋର୍ଟ ଆଣିବାକୁ ବାଧ୍ୟମୂଳକ କରାଯାଇଛି । କରୋନା ନେଗେଟିଭ୍ ରିପୋର୍ଟ ନଥିଲେ ହୋଟେଲରେ ରହିବାକୁ ଅନୁମତି ଦିଆଯିବ ନାହିଁ ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।