ଗଞ୍ଜାମ ପାତ୍ରପୁରରେ ଓଲଟିଲା ଶ୍ରମିକଙ୍କୁ ନେଇ ଫେରୁଥିବା ଟ୍ରାକ୍ଟର

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଅନ୍ତର୍ଗତ ପାତ୍ରପୁର ରାଜପୁର ନିକଟରେ ଦୁର୍ଘଟଣା ଘଟିଛି । ରାସ୍ତା କାମ ସାରି ଶ୍ରମିକଙ୍କୁ ନେଇ ଘରକୁ ଫେରୁଥିବା ବେଳେ ଟ୍ରାକ୍ଟର ରାସ୍ତକଡ଼କୁ ଓଲଟି ପଡ଼ିଛି । ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଶ୍ରମିକ ଆହତ ହୋଇଥିବା ଜଣାପଡ଼ିଛି । ମୃତକ ୪୦ ବର୍ଷୀୟା ବନିତା ସାହୁ । ଆହତଙ୍କୁ ପାତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଉଛି । ଆହତଙ୍କ ମଧ୍ୟରେ ମହିଳା ମଧ୍ୟ ଅଛନ୍ତି ।