କାଲି ଦିନ ୨ଟାରୁ ୭ଟା ଯାଏଁ ଏହି ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ

ଭୁବନେଶ୍ବର: ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ହାଇ ସିକ୍ୟୁରିଟିରେ ରାଜଧାନୀ  । ଏହି କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ ପୋଲିସ ।

ମୋଟ ୫୯ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ । ଜଣେ ଆଇଜି, ୩ ଜଣ ଡିଆଇଜି, ୧୩ ଜଣ ଏସପି ଓ ଡିସିପି ରାଙ୍କ ଅଫିସର, ୧୮ ଜଣ ଅତିରିକ୍ତ ଏସପି, ୫୮ ଜଣ ଡିଏସପି, ୯୪ ଜଣ ଇନ୍ସିପେକ୍ଟର ଓ ୩୧୨ ଜଣ ଏସଆଇ ଓ ଏଏସଆଇ, ୨୮ ଜଣ କମାଣ୍ଡଡେଣ୍ଟ୍ ସୁରକ୍ଷା ଦାୟିତ୍ୱରେ ରହିବେ।

 

ଆସନ୍ତାକାଲି ଦିନ ୪ଟା ୩୦ରେ ରାଜଭବନରୁ ବାହାରି ଜନତା ମୈଦାନ ଯିବେ ପ୍ରଧାନମନ୍ତ୍ରୀ। ଏନେଇ ଟ୍ରାଫିକ ଗାଇଡଲାଇନ ଜାରି କରିଛି କମିଶନରେଟ ପୋଲିସ । ଦିନ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଏହି ଅଞ୍ଚଳରେ ଗାଡିମୋଟର ଚଳାଚଳ ବନ୍ଦ ରହିବ  ।