ଟ୍ରକ୍ ଓ ବାଇକ୍ ମୁହାଁମୁହିଁ ଧକ୍କା: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର,ଜଳିଗଲା ଗାଡ଼ି

ଯାଜପୁର: ଯାଜପୁର ୧୬ନଂ ଜାତୀୟ ରାଜପଥର କୁଆଖିଆ ଛକ ନିକଟରେ ଦୁର୍ଘଟଣା ପରେ ଜଳିଗଲା  ବାଇକ୍ ଓ ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ ଓ ଟ୍ରକ୍ ଚାଳକ । ସୂଚନା ମୁତାବକ ରାଜପଥରେ ଟ୍ରକ ସହ ବାଇକର ମୁହାଁମୁହିଁ ଧକ୍କା ହେବା ପରେ ଟ୍ରକ ତଳେ ବାଇକଟି ପଶିଯାଇଥିଲା । ଫଳରେ ହଠାତ୍ ବାଇକରେ ନିଆଁ ଲାଗିଯାଇଥିଲା। ପରେ ନିଆଁ ଟ୍ରକକୁ ବ୍ୟାପୀ ଯାଇଥିଲା।

 

ତେବେ ସୌଭାଗ୍ୟବଶତଃ ଟ୍ରକ ଡ୍ରାଇଭର ଓ ବାଇକ ଆରୋହୀ ଅଳ୍ପକେ ବର୍ତ୍ତି ଯାଇଥିଲେ। ରସୁଲପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଦୁର୍ଘଟଣା ପରେ ୧୬ନଂ ଜାତୀୟ ରାଜପଥରେ କିଛି ସମୟ ପାଇଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କୁଆଖିଆ ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ୨ଟିକୁ ଜବତ କରି ତଦନ୍ତ ଚଳାଇଛି।

Leave a Reply