ବଜେଟ୍ ୨୦୨୦ LIVE, କିଛି ସମୟ ପରେ ସଂସଦରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

1 min read

ନୂଆଦିଲ୍ଲୀ: ବଜେଟ୍ ୨୦୨୦କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ । ଆଉ କିଛି ସମୟ ପରେ ସଂସଦରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ନୂଆଦିଲ୍ଲୀ: କିଛି ସମୟ ପରେ ଆଗତ ହେବ ବଜେଟ୍ । ସଂସଦରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ନୂଆଦିଲ୍ଲୀ: ସଂସଦରେ ବଜେଟ୍ କପିର ଚାଲିଛି ଯାଞ୍ଚ । ସନ୍ଧାନୀ କୁକୁର ସହାୟତାରେ ଯାଞ୍ଚ କରୁଛନ୍ତି ସୁରକ୍ଷାକର୍ମୀ । କିଛି ସମୟ ପରେ ଗୃହରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ନୂଆଦିଲ୍ଲୀ: ସଂସଦ ଭବନ ପରିସରରେ ପହଞ୍ଚିଲା ବଜେଟ୍ କପି ।

ନୂଆଦିଲ୍ଲୀ: ବଜେଟ୍ ଉପସ୍ଥାପନ ପାଇଁ ସଂସଦ ଭବନରେ ପହଞ୍ଚିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ନୂଆଦିଲ୍ଲୀ: ବଜେଟ୍ ଉପସ୍ଥାପନ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

Leave a Reply