spot_img

Latest Posts

ଗୋଖାଦ୍ୟ ଖର୍ଚ୍ଚ ବାବଦକୁ ୬୦୦୦ ଟଙ୍କା ପର୍ଯ୍ୟନ୍ତ ମିଳିବ ସହାୟତା, ଉପକୃତ ହେବେ ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ

ଭୁବନେଶ୍ୱର: ଓମ୍‌ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା। ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହି ଯୋଜନାରେ ଖର୍ଚ୍ଚ ହେବ ୧ କୋଟି ଟଙ୍କା। ଆଉ ଏଥିରେ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ ଉପକୃତ ହେବେ।

କୋଭିଡ ମହାମାରୀ ଓଡ଼ିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି। ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି। ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି।

ଯଦି ଦେଖିବା ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍‌ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଆଉ କରୋନା ମହାମାରୀ କାରଣରୁ ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଛି। ଏହା ଦୁଗ୍‌ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Latest Posts

Don't Miss