ବରଗଡ଼ ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିବ ୩୦ ଶଯ୍ୟା ବିଶିଷ୍ଟ ଅର୍ବାନ ସିଏଚ୍‌ସି

ଭୁବନେଶ୍ୱର: ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବରଗଡ଼ର ପୁରୁଣା ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଏକ ୩୦ ଶଯ୍ୟା ବିଶିଷ୍ଟ ଅର୍ବାନ ସିଏଚ୍‌ସି କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାସହିତ  ରୋଗୀମାନେ ଯେପରି ସୁବିଧାରେ ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇପାରିବେ ସେଥିପାଇଁ ପୁରୁଣା ଡାକ୍ତରଖାନାରୁ ମାଗଣାରେ ଆମ୍ୱୁଲାନ୍ସ ଓ ବସ୍‌ ସେବା ଯୋଗାଇ ଦେବା ବ୍ୟବସ୍ଥା କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅର୍ବାନ ସିଏଚ୍‌ସିରେ  ଲୋକଙ୍କୁ ଜରୁରୀକାଳୀନ ଚିକିତ୍ସାସେବା, ଓପିଡି ସେବା ଯେଗାଇ ଦିଆଯିବ ।

ଆଜି ଲୋକସେବା ଭବନଠାରେ ମନ୍ତ୍ରୀ ସୁଶାନ୍ତ ସିଂ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବେଶ ଆଚାର୍ଯ୍ୟ ଏବଂ ପୂର୍ବତନ ମନ୍ତ୍ରୀ ବିମ୍ୱାଧର କୁଅଁର ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବରଗଡ଼ର ଜିଲ୍ଲା ନୂଆ ମୁଖ୍ୟ ଚିକିତ୍ସାଳୟ ସମ୍ପର୍କିତ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଜନସାଧାରଣଙ୍କ ସମସ୍ୟାପ୍ରତି ରାଜ୍ୟ ସରକାର ସବୁବେଳେ ସହାନୁଭୂତିମୂଳକ ଦୃଷ୍ଟିଭଙ୍ଗୀ ପୋଷଣ କରିଆସିଛନ୍ତି । ତେଣୁ ଜନସାଧାରଣଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ସରକାରଙ୍କ ପଦକ୍ଷେପରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି ।

Leave a Reply