ପ୍ରେମ ପାଇଁ ଦିନ ଟିଏ,ଆଜି ଭାଲେଣ୍ଟାଇନ ଡେ’ ପାଳୁଛନ୍ତି ପ୍ରେମୀ ଯୁଗଳ

ନନ୍ଦିଘୋଷ ବ୍ୟୁରୋ : ପ୍ରେମ ଶାଶ୍ୱତ ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃଆରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍ ଡେ’ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ ବେଶ୍ ଉତ୍ସାହର ସହ ପାଳନ କରିଥାନ୍ତି। ଫେବୃଆରୀ ୭ ଅର୍ଥାତ୍ ରୋଜ୍ ଡେ’ରୁ ପ୍ରେମ ସପ୍ତାହ ଆରମ୍ଭ ହୋଇଥିବା ବେଳେ ୧୪ ହେଉଛି ସବୁଠୁ ଖୁସିର ଦିନ। ପ୍ରେମ ସପ୍ତାହର ଶେଷଦିନରେ ନିଜର ମନଖୋଲି କଥା ହୋଇଥାନ୍ତି ପ୍ରେମୀଯୁଗଳ। ଦିନଟିକୁ ସ୍ମରଣୀୟ କରିବା ଲାଗି ପରସ୍ପରକୁ ବିଭିନ୍ନ ସର୍ପ୍ରାଇଜ୍ ଗିଫ୍ଟ ମଧ୍ୟ ଦେଇଥାନ୍ତି।
ପ୍ରେମୀଯୁଗଳଙ୍କ ପାଇଁ ଭାଲେଣ୍ଟାଇନ୍ ଡେ’ ଅତ୍ୟନ୍ତ ସ୍ୱତନ୍ତ୍ର। ପ୍ରେମ ବିନା ଜୀବନ ଅଧୁରା ଲାଗେ। ଖାସ ସେଇଥିପାଇଁ ଏହି ଦିନଟିକୁ ଚାହିଁ ରହିଥାନ୍ତି ପ୍ରେମ ପକ୍ଷ । ପ୍ରେମ ସ୍ନେହ, ତ୍ୟାଗର ସଞ୍ଚାର। ପ୍ରେମର ସ୍ରୋତରେ ଯିଏ ପଡିଛି ପ୍ରୀତିର ପ୍ରଗାଢତାରେ ସେ ଭିଜି ଯାଇଛି। ପ୍ରେମ ସପ୍ତାହର ଶେଷ ଦିନରେ ନିଜର ସାଥି ସହ ନିଆରା ଅନୁଭୂତି ସାଉଁଟିବାକୁ ପ୍ରତିଟି ପ୍ରେମ ଚଢେଇର ଭାରି ଇଚ୍ଛା। ଆଧୁନିକତାର ସ୍ପର୍ଶରେ ଭାଲେଣ୍ଟାଇନ୍ସ ଡେ’କୁ ଯୁବପିଢି ଦେଇଛନ୍ତି ନୂଆ ପରିଚୟ। ଏଥି ସହିତ, ଭାଲେଣ୍ଟାଇନ ଡେ’କୁ ସ୍ୱତନ୍ତ୍ର କରିବା ପାଇଁ ଲୋକମାନେ କୌଣସି ସୁଯୋଗକୁ ବି ହାତଛଡା କରନ୍ତି ନାହିଁ। ।