ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର

ନନ୍ଦିଘୋଷ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର । ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ । ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ । ଚଢାଉରେ ୭ ଡିଏସପି, ୯ ଇନସ୍ପେକ୍ଟର, ୧୦ ଏଏସଆଇ ସାମିଲ ହୋଇଛନ୍ତି । ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଭିଜିଲାନ୍ସର ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।