ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଲେଜ ପ୍ରିନ୍ସିପାଲଙ୍କ ଘରେ ଚଢାଉ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ । କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁରର ହୀରାନୀଳା କଲେଜ ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍ । ଭୁବନେଶ୍ୱର ଡୁମଡୁମା ହାଉସିଂ ବୋର୍ଡ କଲୋନୀରେ ଥିବା ଆର୍ଯ୍ୟପଲ୍ଲୀର ପ୍ଲଟ, ବିଶ୍ୱନାଥପୁରରେ ଥିବା ଘର, ଖୋର୍ଦ୍ଧାରେ ଥିବା କ୍ରସର, ବିଶ୍ୱନାଥପୁର ପୋଖରୀବନ୍ଧରେ ଥିବା କ୍ରସ ୟୁନିଟ୍ ଓ ଅଫିସରେ ଚଢାଉ କରିଛି ଭିଜିଲାନ୍ସ ।

ଚଢାଉରେ ୬ ଡିଏସପି, ୪ ଇନ୍ସପେକ୍ଟର ଓ ଅନ୍ୟ ସଦସ୍ୟ ସାମିଲ ଅଛନ୍ତି । ଚାକିରି କରାଇଦେବା ନାଁରେ ଲୋକଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ତାଙ୍କ ବିରୁଦ୍ଧରେ ଅଭିଯୋଗ ହୋଇଥିଲା । ଏପରିକି ଅଭିଯୋଗ ପରେ ସେ ଫେରାର ହୋଇଥିବା ବେଳେ, ପରେ ପୋଲିସ ହାତରେ ଧରାପଡି ଜେଲ ଯାଇଥିଲେ । ସେହିଦିନ ଠାରୁ ତାଙ୍କର ଓ ତାଙ୍କ ପତ୍ନୀଙ୍କ ନାମରେ ଥିବା ବେନାମୀ ସଂପତି ଭିଜିଲାନ୍ସ ସ୍କାନର ରହିଥିଲା । ଫଳରେ ଆଜି ସକାଳୁ ତାଙ୍କ ଘରେ ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ୍ ଚଢଉ କରୁଛି ।