spot_img

Latest Posts

ଜାନୁୟାରୀ ୧୪ ରୁ ୨୨ ତାରିଖ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା : ଜାନୁୟାରୀ ୧୪ ରୁ ୨୨ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବା ରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି। ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ | ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ କୁମ୍ଭୀର ଗଣନା ରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପର୍ଯ୍ୟଟକ ଆସିବା ଉପରେ ବାରଣ କରାଯାଇଛି। କୁମ୍ଭୀର ବିଶାରଦ ଡ଼ା ସୁଧାକର କର ଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନେ କୁମ୍ଭୀର ଗଣନା କରିବେ।|  ଗତବର୍ଷ ଭିତରକନିକାରେ ୧୮୧୧ ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

Latest Posts

Don't Miss