କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ର ଯାଇ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ

1 min read

ପୁରୀ: କାର୍ତ୍ତିକ ପୂର୍ଣ୍ଣମୀରେ ପୁରୀ ଯାଇ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ପ୍ରକଳ୍ପ ନିର୍ମାଣ ଅଞ୍ଚଳ ବୁଲି ଦେଖିବା ସହିତ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ କରି ସମୀକ୍ଷା କରିଛନ୍ତି । ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ କରାଯାଉଥିବା ଏହି ପ୍ରକଳ୍ପ କାର୍ଯ୍ୟ ଓ ରାସ୍ତା ନିର୍ମାଣ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ଠାରୁ ପଚାରି ବୁଝିଥିଲେ । ପୁରୀ ଜିଲ୍ଲାପାଳ, କେନ୍ଦ୍ରାଞ୍ଚଳ ଆଇଜିଙ୍କ ସମେତ ପୁରୀ ଏସପି ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ବୈଠକରେ ସାମିଲ ହୋଇଥିଲେ । ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଏହି ସମୀକ୍ଷା ବୈଠକରେ ସାମିଲ ହୋଇଥିଲେ ।