ଆଜି ନୌସେନାରେ ସାମିଲ ହେବ ଯୁଦ୍ଧଜାହଜ ମହେନ୍ଦ୍ରଗିରି

1 min read

ନନ୍ଦିଘୋଷ ବ୍ୟୁରୋ : ବଢ଼ିବ ଭାରତୀୟ ନୌସେନାର ସାମର୍ଥ୍ୟ ଓ ବଳ । ଆଜି ନୌସେନାରେ ସାମିଲ ହେବ ଯୁଦ୍ଧଜାହଜ ମହେନ୍ଦ୍ରଗିରି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମାଣ କରାଯାଇଥିବା ସର୍ବଶେଷ ଯୁଦ୍ଧ ଜାହଜ ମହେନ୍ଦ୍ରଗିରି ଭାରତୀୟ ନୌସେନାରେ ସାମିଲ ହେବ । ଉପରାଷ୍ଟ୍ରପତି ଜଗଦ୍ଦୀପ ଧନକଡ଼ଙ୍କ ପତ୍ନୀ ସୁଦେଶ ଧନଖଡ଼ ଏହାକୁ ମୁମ୍ବାଇସ୍ଥିତ ମାଜଗାଓଁ ଡକୟାର୍ଡରେ ଉଦଘାଟନ କରିବେ । ମାଜଗାଓଁ ଡକ୍‌ ୟାର୍ଡ ଓ ଜିଆରଏସଇର ମିଳିତ ଉଦ୍ୟମରେ ଯୁଦ୍ଧଜାହଜ ନୌସେନାର ୧୭A  ପ୍ରକଳ୍ପ ଅଧିନରେ ନିର୍ମାଣ କରାଯାଇଛି । ଏହା ସର୍ବଶେଷ ଓ ସପ୍ତମ ଷ୍ଟିଲ୍ଥ ଯୁଦ୍ଧ ଜାହଜ । ଗତ ୧୭ ତାରିଖରେ ଷଷ୍ଠ ଯୁଦ୍ଧ ଜାହଜ ବିନ୍ଧ୍ୟଗିରି ଉଦଘାଟିତ ହୋଇଥିଲା ।  ଏହାରି ଭିତରେ ଭାରତ ନିର୍ମିତ ୬ଟି ଯୁଦ୍ଧଜାହଜ  ନୌସେନାରେ ସାମିଲ ହୋଇସାରିଛି । ଭାରତ ଯୁଦ୍ଧ ଜାହଜ ନିର୍ମାଣରେ ଆତ୍ମନିର୍ଭର ହୋଇଥିବା କୁହାଯାଉଛି ।